ରାଜ୍ୟ ସ୍ତରୀୟ ନୃତ୍ୟ ପ୍ରତିଯୋଗୀତା ଆୟୋଜିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ର ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ସ୍ଥାନୀୟ ଟାଉନ୍ ହଲ୍ ପରିସର ରେ ଦୁଇ ଦିନିଆ ରାଜ୍ୟ ସ୍ତରୀୟ ନୃତ୍ୟ ପ୍ରତିଯୋଗୀତା ଆୟୋଜିତ ହୋଇଯାଇଛି। ଉଦ୍ଘାଟନୀ କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ପୌରଧକ୍ଷା ନିର୍ମଳା ସେଠୀ ମୂଖ୍ୟ ଅତିଥି, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରି ଅର୍ଚ୍ଚନା ମଙ୍ଗରାଜ, ସଙ୍ଗୀତ ନିର୍ଦ୍ଦେଶକ ଗୁରୁ ରଘୁନାଥ ପାତ୍ର, ଯୁବ ମଂଚ ଅଭିନେତା ଆଦର୍ଶ ଦାସ ଉପସ୍ଥିତ ଥିଲେ।ବିଶେଷ କରି ଆଧୁନିକ ନୃତ୍ୟରେ କନିଷ୍ଠ ବିଭାଗ, ଯୁବ ବିଭାଗ, ବରିଷ୍ଟ ବିଭାଗ, ମହିଳା ବିଭାଗ ରେ ଏକକ, ଦ୍ବୈତ୍ୟ ଓ ଦଳଗତ ଭାବେ ପ୍ରାୟ ୧୨୦ ଜଣ କଳାକାର ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ,ଗଜପତି, ଗଂଜାମ, ରାୟଗଡ଼ା, ନବରଙ୍ଗପୁର, କେଉଁଝର, ଭବାନୀପାଟଣା ଆଦି ଜିଲ୍ଲା ରୁ ଦଳଗତ ଭାଗ ନେଇଥିବା ବେଳେ ଅନେକ ସ୍ଥାନୀୟ କଳାକର ଏକକ ପ୍ରତିଯୋଗୀତା ରେ ଯୋଗ ଦେଇଥିଲେ। ନିରପେକ୍ଷ ଓ ସଠିକ ବିଚାର ପାଇଁ କଟକରୁ ଏ. ରାଜେଶ୍ କୁମାର ଭୁବନେଶ୍ବର ରୁ ପ୍ରୀତିଲତା ରାଓ, ବ୍ରହ୍ମପୁର ର ଆପନ୍ନା ମହାରଣା ପରି ନୃତ୍ୟ ବିଶାରଦ ମାନେ ବିଚାରକ ଭାବେ ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଅନୁଷ୍ଠାନ ର ନୃତ୍ୟ ନିର୍ଦ୍ଦେଶକ ଶୁଭେନ୍ଦୁ ମୋହନ ସେନାପତି ଙ୍କ ପ୍ରତକ୍ଷ ତତ୍ତ୍ଵାବଧାନରେ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ସଂଯୋଜନା କରିଥିଲେ। ଏହି ପ୍ରତିଯୋଗୀତା ରେ ଯେଉଁ ମାନେ ପ୍ରଥମ ସ୍ଥାନ ଅଧିକାର କରିବେ ସେହି ଦଳ ଓ କଳାକାର ମାନେ ଆଗମୀ ରବିବାର ୨୭ ତାରିଖ ରେ ହେବାକୁ ଥିବା ମିରାକଲ ନାଇଟ ୨୦୨୨ ରେ ପୁରସ୍କୃତ ହେବା ସହ ନିଜର ପ୍ରତିଭା ପ୍ରଦର୍ଶନ କରିବେ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି।