ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ସୃଷ୍ଟି

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ । ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ । ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ । ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ