ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ
ଛତ୍ରପୁର, (ଯୁଗାବ୍ଦ ନ୍ୟୁଜ):ମଙ୍ଗଳବାର ଦୁଇ ମହାପୁରୁଷ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ । ଏହି ପରିପ୍ରେକ୍ଷୀରେ ଛତ୍ରପୁର ର ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମହାନ ବୀର ସ୍ୱାଧୀନତା ସଂଗ୍ରାମୀ , ଭାରତ ମାତାର ସୁଯୋଗ୍ୟ ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି । ଟ୍ରଷ୍ଟ ର ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ରଙ୍କ ପୈାରହିତ୍ୟରେ ସ୍ଥାନୀୟ ଭିଆଇପି ରୋଡ ଠାରେ ଥିବା ଉଭୟ ମହାପୁରୁଷଙ୍କ ପ୍ରତିମୃର୍ତ୍ତୀରେ ପୁଷ୍ପମାଲ୍ୟାର୍ପଣ କରାଯାଇ ସେମାନଙ୍କ ସ୍ମୃତି ଚାରଣ କରାଯାଇଥିଲା । ଏଥିରେ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା,ପୂର୍ବତନ ବିଧାୟକ ଅଶୋକ କୁମାର ଚୈାଧୂରୀ,ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ,ଛତ୍ରପୁର ବିଜେଡି ନଗର ସଭାପତି ବି.ରାଜୁବାବୁ, ଉପସଭାପତି ଅଟ୍ଟଳ ବିହାରୀ ପଟ୍ଟନାୟକ, କାଉନସିଲର କେ. ରମେଶ,ପ୍ରୀତିଛନ୍ଦା ସାମଲ, ସନ୍ତୋଷୀ ସେଠି ଓ ବି. ନିଶ୍ଚଳା, ଆଇନଜୀବୀ ଡ଼ଃ ପ୍ରଶାନ୍ତ କୁମାର ଶତପଥି,ହାଇକୋର୍ଟ ଆଡଭୋକେଟ ପଦ୍ମ ଚରଣ ସାହୁ,ନିଖିଳ ଉତ୍କଳ ମଧୁବୈଶ୍ୟ ସମାଜର ରାଜ୍ୟ ସହ -ସମ୍ପାଦିକା ଗୋଲାପ ସାହୁ , ବି. ଗୋପାଳ ସ୍ୱାମୀ, ମିଟୁ ବେହେରା, ରାଧେଶ୍ୟାମ ଫାଉଣ୍ଡେସନ ଏଣ୍ଡ ଚାରିଟେବୁଲ ଟ୍ରଷ୍ଟର ସମ୍ପାଦିକା ଝିଲିବାଳା ରାଉତ, ଯୁଗ୍ମ ସମ୍ପାଦିକା ଗୀତା ସାହୁ ଙ୍କସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ ।


