ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଛତ୍ରପୁର,(ପ୍ରଶାନ୍ତ କୁମାର ମହାରଣା): ରାଧେଶ୍ୟାମ ଫାଉଣ୍ଡେସନ ଆଣ୍ଡ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଛତ୍ରପୁର ସ୍ଥିତ ନିଜସ୍ୱ କାର୍ଯ୍ୟାଳୟ ପରିସରରେ ଟ୍ରଷ୍ଟି ଦେବାଶିଷ ମିଶ୍ରଙ୍କ ତତ୍ତ୍ୱାବଧାନରେ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ସହ ପାଳନ କରାଯାଇଛି। ଏହି ଅବସରରେ ବରିଷ୍ଠ ନାଗରିକ ଖିରୋଦ ଚନ୍ଦ୍ର ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।
ପତାକା ଉତ୍ତୋଳନ ପରେ ଜାତୀୟ ସଙ୍ଗୀତ ଗାନ କରାଯାଇଥିବା ବେଳେ ଦେଶର ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନକୁ ସ୍ମରଣ କରାଯାଇଥିଲା। ଏହାସହ ଟ୍ରଷ୍ଟ ପକ୍ଷରୁ ଉପସ୍ଥିତ ସମସ୍ତଙ୍କୁ ମିଷ୍ଠାନ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ଟ୍ରଷ୍ଟର ଉପଦେଷ୍ଟା ଡ଼. ପ୍ରଶାନ୍ତ କୁମାର ଶତପଥୀ, ସୋମନାଥ ସାହୁଙ୍କ ସମେତ ଅବସରପ୍ରାପ୍ତ କର୍ମଚାରୀ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ସ୍ୱାଧୀନତା ଦିବସ ପାଳନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ