ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରାୟଗଡା, (ବିଶ୍ୱରାଜ ଛିଞ୍ଚାଣି):ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର କହଁର, ପ୍ରକଳ୍ପ ପ୍ରଶାସକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା, ଗୁଣପୁର ଶାନ୍ତିପ୍ରଭା ପ୍ରଧାନ, ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ରମେଶ ଚନ୍ଦ୍ର ସାହୁ ରାମନଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ରବି ଗମାଙ୍ଗ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ lଆଜି ମୋଟ ୪୫ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୩୬ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ୯ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଅଭିଯୋଗ ଗୁଡିକ ଶୁଣି ତୁରନ୍ତ ସମାଧାନ କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବିଶେଷ କରି ରାସ୍ତା, ପାନୀୟ ଜଳ ଯୋଗାଣ, ଧନପୋକ ନିରାକରଣ, ରେସନ କାର୍ଡ, ଆଦିର ଦରଖାସ୍ତ ଗ୍ରହଣ କରିଥିବା ବେଳେ ସମସ୍ତ ଆବେଦନ ଗୁଡିକୁ ତ୍ୱରିତ ସମାଧାନ କରିବା ସହ ଜିଲ୍ଲା କାର୍ଯ୍ୟାଳୟକୁ ବିବରଣୀ ପ୍ରଦାନ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।
ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ସମସ୍ତ ଅଧିକାରୀ ପାଲୁପାଇ ଷ୍ଟବରୀ ଚାଷ ବୁଲି ଦେଖିବା ସହ ଚାଷୀଙ୍କୁ ଉତ୍ସାହିତ କରିଥିଲେ । ଏହି ଅଭିଯୋଗ ଶିବିରରେ ଜଳ ବିଭାଜିକା ମିଶନ ପ୍ରକଳ୍ପ ନିର୍ଦେଶକ ଡ଼ଃ ଦୟାନିଧି ବାଘ, ନିର୍ବାହୀ ଯନ୍ତ୍ରୀ ବିଦ୍ୟୁତ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ, ରାମନଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ , ପ୍ରଦ୍ୟୁମ୍ନ କୁମାର ମଣ୍ଡଳ, ତହସିଲଦାର ରାମନଗୁଡା ନିର୍ମଳ ଚନ୍ଦ୍ର ସାହୁ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ କାମାକ୍ଷୀ ପାଢ଼ୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ଜିଲ୍ଲା ମଙ୍ଗଳ ଅଧିକାରୀ ବିଭୁତି ଭୂଷଣ ବିଶ୍ୱାଳ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଆଜିର ଏହି ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ ବିପିଏମ ଯସ୍ମୀନ ମୁଟୁକା ଓ ବ୍ଲକ କର୍ମଚାରୀ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ