ରାଷ୍ଟ୍ରପତିଙ୍କୁ ଭେଟି ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍ କରିବା ସହ ଇଂରାଜୀ ନବବର୍ଷ ୨୦୨୦ର ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କ ସହ ବିଭିନ୍ନ ସମସାମୟିକ ବିଷୟରେ ଆଲୋଚନା କରିଥିଲେ ଓ ରାଷ୍ଟ୍ରପତିଙ୍କ ମାର୍ଗଦର୍ଶନ ପ୍ରାପ୍ତ କରିଥିଲେ ।


