ରାଷ୍ଟ୍ରୀୟ ଏକତା ଦିବସରେ ପ୍ରଶାସନର ଶପଥ ପାଠ

ବାଲେଶ୍ୱର, (ସରୋଜ ପଣ୍ଡା) : ଲୌହ ପୁରଷ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀରେ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଥିବା ବେଳେ ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ଏକ ଶପଥ ପାଠ କାର୍ଯ୍ୟକ୍ରମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏଥିରେ ଯୋଗ ଦେଇ ଉପସ୍ଥିତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ କରାଇଥିଲେ । ଦେଶର ଏକତା, ଅଖଣ୍ଡତା ଏବଂ ସଂହତିକୁ ବଜାୟ ରଖିବା ସହିତ ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ସମସ୍ତେ ଶପଥ ନେଇଥିଲେ । ଏନେଇ ପ୍ରତ୍ୟେକ ବ୍ୟକ୍ତି ସମର୍ପିତ ମନୋଭାବ ନେଇ ସଂକଳ୍ପବଦ୍ଧ ହେବା ଏବଂ ସମସ୍ତଙ୍କ ମଧ୍ୟରେ ଏହି ବାର୍ତ୍ତା ପ୍ରସାରିତ କରିବାକୁ ଜିଲାପାଳ ଶ୍ରୀ ଚକ୍ରବର୍ତ୍ତୀ ଆହ୍ୱାନ ଦେଇଥିଲେ । ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ସାହୁ, ବାଲେଶ୍ୱର ଉପ-ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍‌ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ, ଏନଡିଆରଏଫ ଯବାନମାନେ ଏହି ଶପଥପାଠ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦୀପକ ସାହୁ ଏଥିରେ ସଂଯୋଜନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ