ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ :- ଭୁବନେଶ୍ବରର ୟଶଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି। ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ୟଶଙ୍କ ସମେତ ଅନ୍ୟ ପ୍ରତିଭାଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।ଭୁବନେଶ୍ବର ଚନ୍ଦ୍ରଶେଖରପୁରସ୍ଥିତ ଡିଏଭି ସ୍କୁଲରେ ପଢ଼ି ସାରିଥିବା ୟଶ ଅଧ୍ୟୟନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଲାଗି ଏହି ପୁରସ୍କାର ପାଇବା ଲାଗି ମନୋନୀତ କରାଯାଇଛି। ତାଙ୍କୁ ୧ଲକ୍ଷ ଟଙ୍କାର ପୁରସ୍କାର ରାଶି ସହ, ମେଡାଲ, ଟାବଲେଟ୍, ପ୍ରମାଣପତ୍ର ଏବଂ ଏକ ପ୍ରଶଂସା ପତ୍ର ମିଳିଛି। ଡିଏଭି ଚନ୍ଦ୍ରଶେଖରପୁରରେ ପଢ଼ା ସାରି ୟଶ ଏବେ କୋଟାର ସାର୍ ପଦମପତ ସିଙ୍ଘାନିଆ ସ୍କୁଲରେ ପଢ଼ୁଛନ୍ତି। ତେବେ ଏହା ପ୍ରଥମ ନୁହେଁ, ଏହା ପୂର୍ବରୁ ସିଙ୍ଗାପୁର ଏସିଆନ୍ ମ୍ୟାଥେମେଟିକ୍ସ ଅଲମ୍ପିଆଡରେ ୟଶ ଭାରତ ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ