ରାଷ୍ଟ୍ରୀୟ ସର୍ବେକ୍ଷଣ ‘ପରଖ’ ଆୟୋଜିତ
ଦିଗପହଣ୍ଡି,(ଅଳକ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଗଞ୍ଜାମ ଜିଲ୍ଲା ଶିକ୍ଷାଧିକାରୀ ଅମିତା ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଦିଗପହଣ୍ଡି ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟ ପକ୍ଷରୁ ଦିଗପହଣ୍ଡି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ , ବାସୁଦେବପୁରର ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ, ସିଦ୍ଧେଶ୍ୱରର ପ୍ରଜ୍ଞା ଶିଶୁ ମନ୍ଦିର ଏବଂ ଜୁଆଣପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୩ ୟ, ୬ଷ୍ଠ ଏବଂ ୯ ମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ରାଷ୍ଟ୍ରୀୟ ସର୍ବେକ୍ଷଣ ପରଖ ୨୦୨୪ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ଏବିଇଓ ବାଳା ମାଝୀ, ସହ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ରବା ପାଇକ, ରସାନନ୍ଦ ଘଡେଇ ବିଭିନ୍ନ ବିଦ୍ୟାଳୟର ପରୀକ୍ଷା କେନ୍ଦ୍ର ଗୁଡିକୁ ପରିଦର୍ଶନ କରିଥିଲେ। ସିଆରସିସି ଅନିଲ ଦାସ, ସରିତା ନନ୍ଦ, ଅଳକା ପ୍ରଧାନ ଏବଂ ସରୋଜ ନାୟକ ନିଜ ନିଜ କ୍ଲଷ୍ଟର ଗୁଡ଼ିକର ପରୀକ୍ଷା କେନ୍ଦ୍ର ଗୁଡିକରେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ।