ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ କେନ୍ଦ୍ରାପଡା ନଗର ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଚୈତ୍ର ଶୁକ୍ଳ ପ୍ରତିପଦା ଅବସରରେ ବୁଧବାର ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସାନ୍ତସାହିସ୍ଥିତ ସରସ୍ୱତୀ ବିଦ୍ୟାମନ୍ଦିର ପରିସରରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ସଙ୍ଘ ଚାଳକ ନିହାରରଞ୍ଜନ ପଣ୍ଡା ଓ ମୁଖ୍ୟବକ୍ତା ଭାବେ କଟକର ବିଭାଗ ବୈାଦ୍ଧିକ ପ୍ରମୁଖ ବିଜୟ କୁମାର ନାୟକ ଯୋଗଦେଇଥିଲେ । ଏହି ପରିପ୍ରେକ୍ଷୀରେ ମୁଖ୍ୟବକ୍ତା ଶ୍ରୀ ନାୟକ ହିନ୍ଦୁ ନବବର୍ଷର ପାଳନ ଉପରେ ବିଭିନ୍ନ ଦିଗରୁ ଆଲୋଚନା କରିଥିଲେ । ଉତ୍ସବ ପରେ ପରେ ଦେଶାତ୍ମବୋଧକ କବିତା ପାଠୋତ୍ସବ ଏବଂ କୁନିକୁନି ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଶତାଧିକ ସ୍ୱୟଂସେବକ ଓ ବୁଦ୍ଧିଜିବିମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ