ରାସାୟନିକ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଟେବୁଲ ଟପ ଏକ୍ସରସାଇଜ
କୋରାପୁଟ,(ହେମନ୍ତ ପାଣଗ୍ରାହୀ) : କୋରାପୁଟ ଜିଲ୍ଲା ପରିଷଦ ସମ୍ମିଳନୀ ଗୃହ ଠାରେ ରାସାୟନିକ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଟେବୁଲ ଟପ ଏକ୍ସରସାଇଜ ଆୟୋଜିତ ହୋଇଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ସହିତ ସମନ୍ୱୟ ରଖି ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଦ୍ୱାରା ଏକ ଟେବୁଲଟପ ଏକ୍ସରସାଇଜ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ରେ କୋରାପୁଟ ଜିଲ୍ଲାପାଳ ଭି କୀର୍ତ୍ତି ୱାସନ, କୋରାପୁଟ ଉପ ଜିଲ୍ଲାପାଳ ପ୍ରେମଲାଲ ହିଆଲ,କୋରାପୁଟ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସ୍ଵରାଜ୍ୟ ସୀସାଙ୍କ ସହ ଅନ୍ୟାନ୍ୟ ଅଂଶୀଦାରମାନେ ଉପସ୍ଥିତ ଥିଲେ।