ରୀକାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଛତ୍ରପୁର : ରୀକାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ସ୍କୁଲ କମିଟି ସଭାପତି ଏନ.ମଧୁସୁଦନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ଏବିଇଓ ସୀତାରାମ ପାତ୍ର ଯୋଗ ଦେଇ ଛାତ୍ରଛାତ୍ରୀମାନେ ମନ ଲଗାଇ ପାଠ ପଢି ନିଜର ଭବିଷ୍ୟତ ଗଢିବାକୁ ପରାମର୍ଶ ଦେବା ସହ ପାଠ ସହିତ ସହପାଠରେ ମଧ୍ୟ ଭାଗ ନେବା ପାଇଁ ପରାମର୍ଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ ଶିକ୍ଷାବିତ କୃପାସିନ୍ଧୁ ପଣ୍ଡା ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହ ସାଂପ୍ରତିକ ଶୈକ୍ଷିକ ସମସ୍ୟା ଉପରେ ଆଲୋଚନା କରିଥିଲେ । ସିଆରସିସି ରୀତା ରଥ ଏଠାରେ ଚାଲିଥିବା କସ୍ତୁରବା ଗାନ୍ଧୀ ଆବାସିକ ବିଦ୍ୟାଳୟ ଝିଅ ମାନଙ୍କର ସାମଗ୍ରୀକ ବିକାଶ କରୁଥିବା କହିଥିଲେ । ପ୍ରଧାନ ଶିକ୍ଷୟତ୍ରୀ କଲ୍ୟାଣୀ ମିଶ୍ର ଅତିଥି ପରିଚୟ ପ୍ରଦାନ କରିବା ସହିତ ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ ।ସହକାରୀ ଶିକ୍ଷୟତ୍ରୀ ରଂଜିତା ପଣ୍ଡା ବାର୍ଷିକ ବିବରଣୀ ପାଠ କରିଥିଲେ । ଅତିଥି ମାନେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ଉଷାରାଣୀ ପଣ୍ଡା ଓ ସୁଜାତା ପାଢୀଙ୍କ ସଂଯୋଜନାରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷୟତ୍ରୀ ଓ କେଜିବିଭିର ସମସ୍ତ ଷ୍ଟାଫ ପରିଚାଳନା କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ