ରୂପାନ୍ତରିତ ବିଦ୍ୟାଳୟକୁ ଜମି ପଟା ବଣ୍ଟନ

କେନ୍ଦ୍ରାପଡା, (ଚିତ୍ତରଞ୍ଜନ ଦାସ) :-ରାଜ୍ୟ ସରକାରଙ୍କ ୫-ଟି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦ୍ରାପଡା ଜିଲ୍ଲାର ୯୫ଟି ସ୍କୁଲର ରୂପାନ୍ତରଣ କରାଯାଇଛି । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେଥି ମଧ୍ୟରୁ ୮୦ଟି ବିଦ୍ୟାଳୟକୁ ଜମି ପଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସରକାର ଶିକ୍ଷା ଉପରେ ବିଶେଷ ଗୁରୁତ୍ୱ ପ୍ରଦାନ କରୁଥିବା ସମ୍ପର୍କରେ ବକ୍ତବ୍ୟ ରଖିବା ସହ ସଂପୃକ୍ତ ସ୍କୁଲ ଗୁଡିକର ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କୁ ପଟ୍ଟା ବଣ୍ଟନ କରିଥିଲେ । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ଦୁର୍ଗା ପ୍ରସାଦ ମହାରଣା, ଉପ ଜିଲ୍ଲାପାଳ ନିରଞ୍ଜନ ବେହେରା, କେନ୍ଦ୍ରାପଡା ତହସିଲଦାର ହେମଲତା ବାହାଲିଆ, ବ୍ଲକ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଦଳାଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି ବିଦ୍ୟାଳୟ ଗୁଡିକୁ ଫୋକସ ସ୍କୁଲ ବା ସ୍ମାର୍ଟ ସ୍କୁଲରେ ପରିଣତ କରାଯିବା ସହ ତାହାର ଶୈକ୍ଷିକ ପରିବେଶର ବିକାଶ ସହ ସ୍ମାର୍ଟ କ୍ଲାସ, ଇ-ଲାଇବ୍ରେରୀ, ଇ-ଲାବୋରେଟୋରୀ ଓ ଉନ୍ନତ ମାନର କ୍ରୀଡା ଭିତ୍ତିଭୂମୀ ପ୍ରଭୃତିର ବ୍ୟବସ୍ଥା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ