ରେଡ୍‌ ଜୋନ୍‌ରେ ରହିଲା ରାଜଧାନୀ ଭୁବନେଶ୍ବର

ଭୁବନେଶ୍ବର : ଲକଡାଉନ୍ କଟକଣା ନେଇ କେନ୍ଦ୍ରର ଆଧାରରେ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିବା ସହିତ ବିଭିନ୍ନ ଜୋନ୍‌ରେ ଜିଲ୍ଲାଗୁଡିକୁ ବର୍ଗୀକରଣ କରିଛନ୍ତି ରାଜ୍ୟ ସରକାର । ରାଜଧାନୀ ଭୁବନେଶ୍ବର ରେଡ୍‌ ଜୋନରେ ରହିଛି । ସେହିପରି ରେଡ୍‌ ଜୋନ୍‌ରେ ରହିଛି ଭଦ୍ରକ, ବାଲେଶ୍ବର, ଯାଜପୁର ଓ ଭୁବନେଶ୍ବର ପୌର ନିଗମ । ଭୁବନେଶ୍ବର ପୌର ନିଗମକୁ ଛାଡି ସମଗ୍ର ଖୋର୍ଦ୍ଧା ଜିଲ୍ଲା ଅରେଞ୍ଜ ଜୋନ୍‌ରେ ରହିଛି । ସେହିପରି ଅରେଞ୍ଜ ଜୋନ୍‌ରେ ରହିଛି ସୁନ୍ଦରଗଡ, କେନ୍ଦ୍ରାପଡା, କୋରାପୁଟ, କେନ୍ଦୁଝର, ଦେବଗଡ଼, ଝାରସୁଗୁଡା, ବଲାଙ୍ଗିର, ଢେଙ୍କାନାଳ, କଳାହାଣ୍ଡି, ଗଞ୍ଜାମ । ଅବଶିଷ୍ଟ ୧୬ ଟି ଜିଲ୍ଲା ଗ୍ରୀନ୍‌ ଜୋନ୍‌ରେ ଅନ୍ତର୍ଭୁକ୍ତ ହୋଇଛନ୍ତି । ଗ୍ରୀନ୍‌ ଜୋନରେ ରହିଛି – ଅନୁଗୁଳ, ବରଗଡ, ବୌଦ୍ଧ, ସମ୍ବଲପୁର, ଗଜପତି, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ, ନୂଆପଡା, ରାୟଗଡା, ସୋନପୁର, କଟକ, ପୁରୀ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ