ରେପୋ ରେଟ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ : ରେଟ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ । ଗୁରୁବାର ଆରବିଆଇ ପକ୍ଷରୁ ଏହି ତଥ୍ୟ ପ୍ରକାଶ ପାଇଥିବା ବେଳେ ରେପୋ ରେଟ ପୂର୍ବବତ ୫.୧୫ ପ୍ରତିଶତ ରହିଛି । ଗୁରୁବାର ଅନୁଷ୍ଠିତ ଅର୍ଥନୈତିକ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହିତ ୨୦୨୦-୨୧ ଆର୍ଥିକ ବର୍ଷ ନିମନ୍ତେ ସଂଶୋଧିତ ଅଭିବୃଦ୍ଧି ହାର ୫.୫ ପ୍ରତିଶତ ରଖାଯାଇଛି । ପୂର୍ବରୁ ଜିଡିପି ୬ ପ୍ରତିଶତ ରହିବା ନେଇ ଆରବିଆଇ ପକ୍ଷରୁ ଆକଳନ କରାଯାଇଥିଲା । ମାନ୍ଦାବସ୍ଥା ଏହି ସମୟରେ ୭.୩୫ ପ୍ରତିଶତ ରହିଥିବାବେଳେ ଏହାର ମୁକାବିଲା ପାଇଁ ରେପୋରେଟ୍ ଅପରିବର୍ତ୍ତିତ ରଖାଯାଇଛି ।


