ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଦୁଇ ଛାତ୍ରୀ କରୋନା ସଂକ୍ରମିତ, ସମସ୍ତ ପରୀକ୍ଷା ବାତିଲ
କଟକ (ୱାଇଏନ୍ଏସ୍ ) : ରେଭେନ୍ସା ବିଶ୍ବବିଦ୍ୟାଳୟରୁ ଦୁଇ ଛାତ୍ରୀ କରୋନା ଚିହ୍ନଟ ହୋଇଛନ୍ତି। ଏହାପରେ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆଜି ଓ ଆସନ୍ତାକାଲି ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାତିଲ କରିଦିଆଯାଇଛି। ଦୁଇ ହଷ୍ଟେଲରେ ଯେଉଁ ମହଲାରେ ଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି, ସେହି ମହଲାରୁ କାହାରିକୁ ବାହାରକୁ ଆସିବାକୁ କିମ୍ବା ଯିବାକୁ ଅନୁମତି ଦିଆଯାଉନାହିଁ ।ସେପଟେ, ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରୀଙ୍କୁ ଆସନ୍ତା ଦୁଇଦିନ ମଧ୍ୟରେ ହଷ୍ଟେଲ ଛାଡିବାକୁ ପରାମର୍ଶ ଦିଆଯାଇଛି। ଆକ୍ରାନ୍ତ ହୋଇଥିବା ଦୁଇଜଣ ଛାତ୍ରୀ ଷ୍ଟଡିରୁମ ସହ ଶୌଚାଳୟ ବି ବ୍ୟବହାର କରିଥିଲେ । ତେଣୁ ସେମାନଙ୍କ ସହ ମିଶିଥିବା ସହପାଠୀ ଆଶଙ୍କା ମଧ୍ୟରେ ଅଛନ୍ତି । କିଛି ଦିନ ତଳେ ଜଣେ ଅଧ୍ୟାପିକା ବି କରୋନା ସଂକ୍ରମିତ ହୋଇଥିଲେ।


