ରୋଗୀ କଲ୍ୟାଣ ସମିତି ବୈଠକ
ଭଣ୍ଡାରିପୋଖରୀ, (ଦୁର୍ଯ୍ୟଧନ ଲେଙ୍କା):ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ଼ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରୋଗୀ କଲ୍ୟାଣ ସମିତି ବୈଠକ ଡାକ୍ତର ରଶ୍ମିରଞ୍ଜନ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ସଭ୍ୟ ବଦ୍ରିନାରାୟଣ ରାଉତ, ରଣଜିତ ବରାଳ, ଡାକ୍ତର ଦେବାଶିଷ ପତି, ପ୍ରଣତି ପହି ପ୍ରମୁଖ ଯୋଗଦେଇ ବିଭିନ୍ନ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା କରିଥିଲେ। ଏଥିରେ ମେଡିକାଲ ଭିତ୍ତିଭୂମି କାର୍ଯ୍ୟ ସହିତ ସ୍ୱଚ୍ଛତା ଉପରେ କାମ କରିବାକୁ ପ୍ରସ୍ତାବ ଗୃହୀତ ହୋଇଥିଲା। ବୈଠକରେ ମହିଳା ଓ ପୁରୁଷ ସ୍ୱାସ୍ଥ୍ୟ କର୍ମୀଙ୍କ ସହିତ ଆଶା ଦିଦି ଏବଂ ଅଙ୍ଗନବାଡି କର୍ମୀ ମାନେ ଉପସ୍ଥିତ ଥିଲେ।