ରୋଟାରୀ କ୍ଲବ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ 

ଛତ୍ରପୁର, (ଦେବଦତ୍ତ ମହାରଣା) :ଛତ୍ରପୁର ଉପକଣ୍ଠ ନୀଳାଦ୍ରିପୁର ନିକଟ ମା ରାମଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏକ ବୃକ୍ଷ ରୋପଣ ଓ ଚାରା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ କ୍ଲବର ସଭାପତି ତଥା ୨୦ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟ ଏମ୍‌. ଧନଞ୍ଜୟ ରେଡ୍ଡୀ ଙ୍କ ପୌରହିତରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଫରେଷ୍ଟ ରେଞ୍ଜର ରଜତ ମିଶ୍ର, ଛତ୍ରପୁର ବନ ବିଭାଗ ଅଧିକାରୀ ଗିରିଷ ଚନ୍ଦ୍ର ରାୟ, ରୋଟାରୀ କ୍ଲବର ଅନ୍ୟାନ୍ୟ କର୍ମକର୍ତ୍ତା ଓ ସଦସ୍ୟ ମାନେ ଯୋଗ ଦେଇ ବୃକ୍ଷରୋପଣ କରିବା ସହ ବୃକ୍ଷର ଉପକାରିତା ସମ୍ବଦ୍ଧରେ ଆଲୋଚନା କରିଥିଲେ । ସନ୍ଧ୍ୟାରେ ସ୍ଥାନୀୟ ରୋଟାରୀ କ୍ଲବ ପରିସରରେ ଚାର୍ଟର ଡେ ମହା ସମାରୋହରେ ପାଳିତ ହୋଇଯାଇଛି ।
Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ