ରୋହିତ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ଜିଲ୍ଲା ପ୍ରତିଭା ପୂଜା ସଂସଦ ଆନୁକୂଲ୍ୟରେ ବିଶିଷ୍ଟ ସମାଜସେବୀ ରୋହିତ ଦାସଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଅବସରରେ ଆଜି କେନ୍ଦ୍ରାପଡାରେ ଏକ ଶ୍ରଦ୍ଧାଞ୍ଜଳି ସଭା ସଂସଦର ସଭାପତି ପ୍ରଦିପ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ୟକ୍ତିମାନେ ସ୍ୱର୍ଗତ ଦାସଙ୍କ ସେବା କାର୍ଯ୍ୟକୁ ଭୂୟସୀ ପ୍ରସଂଶା କରିଥିଲେ । ଏହି କାର୍ଯ୍ୟକ୍ରମରେ ନଳିନୀବିହାରୀ ମହାନ୍ତି, ଅମିତରଞ୍ଜନ ସାହୁ, ଚିତ୍ତରଞ୍ଜନ ଦାସ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା ବେଳେ ରେସୱାର ଅନ୍ତେବାସୀମାନେ ମଧ୍ୟ ଉପସ୍ଥିତ ରହି ଶ୍ରଦ୍ଧାବ୍ୟକ୍ତ କରିଥିଲେ । ଆସନ୍ତା ବର୍ଷକୁ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଜିଲ୍ଲା ସ୍ତରୀୟ ଏକ ବକ୍ତୃତା ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ରୋହିତ ଦାସ ସ୍ମାରକୀ ଫଳକ ପ୍ରଦାନ କରାଯିବ ବୋଲି ସଭାପତି ଶ୍ରୀ ମହାନ୍ତି ଘୋଷଣା କରିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ