ଲକଡାଉନ ଅବଧି ବୃଦ୍ଧି କଲା ତାମିଲନାଡୁ

ନୂଆଦିଲ୍ଲୀ: ଦେଶର ସପ୍ତମ ରାଜ୍ୟ ଭାବେ ତାମିଲନାଡୁ ଲକଡାଉନ ଅବଧିକୁ ଏପିଲ୍‌ ୩୦ ଯାଏଁ ବୃଦ୍ଧି କରିଛି। ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ଲକଡାଉନ ଅବଧି ବୃଦ୍ଧି ସମ୍ପର୍କରେ ଘୋଷଣା କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ସରକାର ଲକଡାଉନ ଅବଧିକୁ ୩୦ ଏପ୍ରିଲ ଯାଏ ବୃଦ୍ଧି କରିଥିଲେ। ଏହାପରେ ପଞ୍ଜାବ, କର୍ଣ୍ଣାଟକ, ରାଜସ୍ଥାନ, ପଶ୍ଚିମବଙ୍ଗ ଓ ତେଲେଙ୍ଗାନା ମଧ୍ୟ ଲକ୍‌ ଡାଉନ୍‌ ଅବଧିକୁ ବୃଦ୍ଧି କରିଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟରେ ୧୦୭୫ ଜଣ ଆକ୍ରାନ୍ତ ରହିଥିବାବେଳେ ମୃତ୍ୟୁସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ଲକ୍‌ ଡାଉନ୍‌କୁ ନେଇ ଆସନ୍ତକାଲି ସକାଳ ୧୦ଟା ସମୟରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିବେ ବୋଲି ସୂଚନା ରହିଛି । ଗତ ଶନିବାର ଦିନ ପ୍ରଧାନମନ୍ତ୍ରୀ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କ ସହିତ କରୋନା ଓ ଲକ୍‌ ଡାଉନ୍‌କୁ ନେଇ ଏକ ବୈଠକ କରିଥିଲେ। ଏହି ବୈଠକରେ ପ୍ରାୟ ସମେସ୍ତ ଲକ୍‌ ଡାଉନ୍‌ର ଅବଧିକୁ ବୃଦ୍ଧି କରିବାକୁ ନେଇ ପ୍ରସ୍ତାବ ରଖିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ