ଲକ ଡାଉନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚୀନରୁ ସୃଷ୍ଟି ହୋଇଥିବା କରୋନା ଭାଇରସ ଦିନକୁ ଦିନ ସାରା ବିଶ୍ୱରେ କାୟା ମେଲାଇ ଚାଲିଛି । ଓଡ଼ିଶାରେ ବି ଏହାକୁ ନେଇ ଏକ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ପାଇଁ ରାଜ୍ୟ ସରକାର ଏବେ ଯୁଦ୍ଧମୁଦ୍ରାରେ । ଜନସାଧାରଣଙ୍କ ସୁରକ୍ଷା ପାଇଁ ସରକାର ଦିନକୁ ଦିନ ନୂଆ ନୂଆ କଟକଣା ଜାରି କରୁଛନ୍ତି । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ତାହା ହେଉଛି ଲକଡାଉନ ଘୋଷଣା । ଆସନ୍ତା କାଲି ଅର୍ଥାତ ୨୨ ତାରିଖ ଠାରୁ ୨୯ ତାରିଖ ପର୍ଯ୍ୟନ୍ତ ଏକାଧିକ ଜିଲ୍ଲାରେ ଲକଡାଉନ ଘୋଷଣା କରିଛନ୍ତି । ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ ଜିଲ୍ଲାକୁ ଲକଡାଉନ ଘୋଷଣା କରାଯାଇଛି । ଏହି ୫ଟି ଜିଲ୍ଲାର ସବୁ ସହର ଓ ଗାଁକୁ ସମ୍ପୂର୍ଣ୍ଣଭାବେ ଲକଡାଉନ ଘୋଷଣା କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ