ଲବଣ ସତ୍ୟାଗ୍ରହ ବିଦ୍ୟାଳୟ ଠାରେ ବିଜ୍ଞାନ ମେଳା ଅନୁଷ୍ଠିତ

ନିମାପଡ଼ା, (ସନ୍ତୋଷ ଦାଶ):ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ର ଲବଣ ସତ୍ୟାଗ୍ରହ ବିଦ୍ୟାଳୟ ଠାରେ ଆଜି ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ବିଧାୟକ ତଥା ରାଜ୍ୟ କ୍ରୀଡ଼ା, ଯୁବ ବ୍ୟାପାର, ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାର କାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଏହି ବିଜ୍ଞାନ ମେଳା କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏହି ବିଜ୍ଞାନ ମେଳା ରେ ଛାତ୍ର ଛାତ୍ରୀ ମାନେ ସମୁଦାୟ ୧୨୦ ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ବ୍ଲକ ଅନ୍ତର୍ଗତ ୨୨ଟି ଉଚ୍ଚ ବିଦ୍ୟାଳୟ ଓ ୫୬ ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ନିଜ ନିଜ ର ବିଜ୍ଞାନ ଶିକ୍ଷକ/ ଶିକ୍ଷୟତ୍ରୀ ଙ୍କ ସହାୟତା, ଦିଗଦର୍ଶନ ରେ ବିଭିନ୍ନ ପ୍ରକାର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ବିଭିନ୍ନ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ଏଠାକୁ ଆସି ପ୍ରକଳ୍ପ ଗୁଡିକୁ ବୁଲି ଦେଖିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ