ଲାଞ୍ଜିଗଡ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା, (ଯୁଗାବ୍ଦ ନ୍ୟୁଜ):ଆଜି ଲାଞ୍ଜିଗଡ ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ପ୍ରସାଦ ଗୁରୁ, ବ୍ଲକ ଅଧ୍ୟକ୍ଷ କମଳା ପାତ୍ର, ବି ଡି ଓ ଜିତେନ୍ଦ୍ର ମିଶ୍ର, ତହସିଲଦାର ମୁନିନ୍ଦ୍ର ହାନଙ୍ଗା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ମୋଟ ୭୮ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୨ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଲାଞ୍ଜିଗଡ ବ୍ଲକର ଛତ୍ରପୁର ପଞ୍ଚାୟତ ନଙ୍ଗଲବେଡ଼ା ଗ୍ରାମର କାଜଲ ପାତ୍ରଙ୍କୁ ୧୦,୦୦୦ ଟଙ୍କା ର ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ