ଶଙ୍କୁରୁ ସ୍କୁଲରେ ପୋଷାକ ବଣ୍ଟନ ମେଳା

ବୁଗୁଡା (ଅନିଲ ମହାରଣା): ବୁଗୁଡା ବ୍ଲକ ଅନ୍ତର୍ଗତ ଶଙ୍କୁରୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଇ ୧୭ ତାରିଖ ଦିନ ” ପୋଷାକ ଓ ଜୋତା ବଣ୍ଟନ ମେଳା ” ଅନୁଷ୍ଠିତ ହୋଇଯାଇଛି। ଏହି ମେଳାରେ ବୁଗୁଡା ବିଇଓ ପ୍ରଶନ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଓ ପିତାମ୍ବର ବିଷୋୟୀ, ଶଙ୍କୁରୁ ହାଇସ୍କୁଲ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ସ୍ୱାଇଁ, ସିଆରସିସି ଭବାନୀ ପାତ୍ର ଓ ଆଶୁତୋଷ ମିଶ୍ର,ଏବଂ କାନକୁଟୁରୁ ଓ ଘୋଳପୁର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ପ୍ରଧାନ ଓ ମନୋରଞ୍ଜନ ଦାଶ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାଜା କିଶୋର ସେଠୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ଅତିଥି ବୃନ୍ଦ ୧୧୮ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ପରିଚାଳନା କମିଟି ସଭ୍ୟ ସଭ୍ୟା ଓ ବିଦ୍ୟାଳୟର ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ