ଶତାୟୁଙ୍କ ପରଲୋକ

ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅନ୍ତର୍ଗତ ଗଳଦାରୀ ଗ୍ରାମର ଚକ୍ରଧର ଦାସଙ୍କ ଶହେ ଏକ ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ଓ ପରୋପକାରୀ ବ୍ୟକ୍ତି ଭାବେ ଜଣାଶୁଣା ଥିଲେ । ତାଙ୍କ ପରଲୋକରେ ସମଗ୍ର ଗ୍ରାମରେ ଶୋକର ଛାୟା ଖେଳିଯାଇଛି । ତାଙ୍କ ପରଲୋକ ଖବର ପାଇ ଗଳଦାରୀ ସରପଂଚ ଦିଲ୍ଲିପ ନାୟକ, ପୂର୍ବତନ ସମିତି ସଭ୍ୟ ପ୍ରଭାତ ସ୍ୱାଇଁଙ୍କ ସମେତ ବହୁ ମାନଗଣ୍ୟ ବ୍ୟକ୍ତି ତାଙ୍କ ବାସଭବନରେ ପହଁଚି ଶେଷ ଦର୍ଶନ କରିଥିଲେ । ପରେ ତାଙ୍କ ମରଶରୀରକୁ ଗାଁ ଶ୍ମଶାନରେ ଶେଷକୃତ୍ୟ ସମ୍ମର୍ଣ୍ଣ କରାଯାଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ