ଶହୀଦଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ
ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ):ଶହୀଦ୍ ରଘୁ-ଦିବାକର ସ୍ମୃତି ସଂସଦ ପକ୍ଷରୁ ସ୍ଥାନୀୟ ୟୁନିଟ୍-୯ ସ୍ଥିତ ଶହୀଦ୍ ରଘୁ-ଦିବାକରଙ୍କ ପ୍ରତିମୂର୍ତିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ ସହ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଭିଯାନର ସାଧାରଣ ସଂପାଦକ ବ୍ରଜବନ୍ଧୁ ପରିଡ଼ା, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ମୁଖପାତ ସାମ୍ବାଦିକ ଅରବିନ୍ଦ ତ୍ରିପାଠୀ, ଶହୀଦଙ୍କ ଦାୟାଦ ଜତୀନ୍ଦ୍ର ମୋହନ ଛୋଟରାୟ ଓ ସମାଜସେବୀ ନାରାୟଣ ଖୁଂଟିଆ ଉପସ୍ଥିତ ରହି ଶହୀଦ ଓ ମହାପୁରୁଷଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବା ସହ ନିଜ ନିଜ ସ୍ତରରେ ଦେଶମାତୃକାର ସୁରକ୍ଷା ପାଇଁ ଆଗେଇ ଆସନ୍ତୁ ବୋଲି ମତବ୍ୟକ୍ତ କରିଥିଲେ ।


