ଶାନ୍ତି ଦେବୀଙ୍କ ସେବାକାର୍ଯ୍ୟ ଜନମାନସରେ ସ୍ମରଣୀୟ ଚିହ୍ନ ହୋଇ ରହିବ : ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (ଯୁଗାବ୍ଦ ନ୍ୟୁଜ) : ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍ କରିଛନ୍ତି ଯେ ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲାରେ ଜନଜାତିଙ୍କ ସେବା, ଅନାଥ ଶିଶୁ କନ୍ୟା ଓ ଅସହାୟ ମହିଳାଙ୍କୁ ସାହାଯ୍ୟରେ ସେ ନିଜକୁ ସମର୍ପିତ କରିଥିଲେ । ତାଙ୍କର ବିରଳ ସେବାକାର୍ଯ୍ୟ ଓଡ଼ିଆ ଜନମାନସରେ ଏକ ସ୍ମରଣୀୟ ଚିହ୍ନ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ