ଶାସଙ୍ଗ ପଞ୍ଚାୟତ ହାଇସ୍କୁଲରେ ଶିକ୍ଷା ସପ୍ତାହ
ହାଟଡ଼ିହି, (ବିକାଶ ବିଶ୍ୱାଳ):ଜାତୀୟ ଶିକ୍ଷାନୀତି-୨୦୨୦ର ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ହାଟଡ଼ିହି ବ୍ଲକ୍ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲରେ ଶିକ୍ଷା ସପ୍ତାହ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା ୨୨ରୁ ଆରମ୍ଭ ହୋଇ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ତୃତୀୟ ଦିବସରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ କ୍ରୀଡା କୌଶଳ ପ୍ରଦର୍ଶନ କରିଥିଲେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ କ୍ୟାରେମ, ଲୁଡୁ, ଚେସ, କବାଡି, ଖୋ, ଦୌଡ, ଆଦି କ୍ରୀଡା ପ୍ରଦର୍ଶନ କରିଥିଲେ। ଖେଳ ଶିକ୍ଷକ ଶାନ୍ତନୁ କୁମାର ରାଉତ, ସତ୍ୟବ୍ରତ ସାମଲ, ଧନଞ୍ଜୟ ବରାଳ ଖେଳ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷାବିତ ବିଦ୍ୟାଧର କର, ସି.ଆର.ସି.ସି ଅଞ୍ଜନ କୁମାର ଦାସ, ପ୍ରଧାନ ଶିକ୍ଷକ ନବ କିଶୋର ବିଶ୍ୱାଳ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ‘ଶିକ୍ଷା ସପ୍ତାହ’ ପାଳନର ଉଦ୍ଧେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶିକ୍ଷକ ରାଧାକୃଷ୍ଣ ପତି, ମାଧବାନନ୍ଦ ଜେନା, ଶିଶିର କୁମାର ବିଶ୍ବାଳ, ଲଷ୍ମୀକାନ୍ତ ମିଶ୍ର, ପଦ୍ମନାଭ ପଣ୍ଡା, ପ୍ରଦୀପ କୁମାର ସ୍ୱାଇଁ, ସତ୍ୟବ୍ରତ ବିଶ୍ୱାଳ, ପର୍ଶୁରାମ ନାୟକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।