ଶାସଙ୍ଗ ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ସ୍କୁଲ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା
ହାଟଡିହି, (ବିକାଶ ବିଶ୍ୱାଳ ) : ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କୁ ବିଦ୍ୟାଳୟ ପକ୍ଷରୁ ଆବସର ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଆଜି ତାଙ୍କ କାର୍ଯ୍ୟକାଳର ଶେଷ ଦିବସରେ ବିଦ୍ୟାଳୟର ଶିକ୍ଷକ, କର୍ମଚାରୀ ଓ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ତାଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ସଦସ୍ୟ ବିମ୍ବାଧର ବିଶ୍ୱାଳ, ଘସିପୁରା ବ୍ଲକର ବିଇଓ ତପୋଧନ ସ୍ୱାଇଁ, ସାମ୍ବାଦିକ କିଶୋର ଆଚାର୍ଯ୍ୟ, କମିଟି ସଦସ୍ୟ ପ୍ରାଣବଲ୍ଲବ ବିଶ୍ୱାଳ, ଯୁଦ୍ଧିଷ୍ଠିର ବିଶ୍ୱାଳ, ଭଗବାନ ଜେନା, ଶିକ୍ଷକ ନବ କିଶୋର ବିଶ୍ୱାଳ, ରାଧାକୃଷ୍ଣ ପତି, ମାଧବାନନ୍ଦ ଜେନା, ଶିଶିର କୁମାର ବିଶ୍ୱାଳ, ପଦ୍ମନାଭ ପଣ୍ଡା, ଲକ୍ଷ୍ମୀକାନ୍ତ ମିଶ୍ର, ଶାନ୍ତନୁ କୁମାର ରାଉତ, ପ୍ରଦୀପ କୁମାର ସ୍ୱାଇଁ, ରମେଶ କୁମାର ନାୟକ, ପର୍ଶୁରାମ ନାୟକ, ସତ୍ୟବ୍ରତ ବିଶ୍ୱାଳ ପ୍ରମୁଖ ଶିକ୍ଷକ ଓ କର୍ମଚାରୀ ମାନେ ଉପସ୍ଥିତ ରହି ବିଦାୟୀ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ପାତ୍ରଙ୍କ କର୍ମମୟ ଜୀବନୀ ଉପରେ ଆଲୋକପାତ କରିବା ସହିତ ତାଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ସଂଘର ମୃତୁ୍ୟଞ୍ଜୟ ପଲେଇ, ନବଘନ ନାୟକ, ଅନିରୁଦ୍ଧ ସେଠୀ, ପ୍ରସନ୍ନ ବେହେରା, ବିଦ୍ୟାଧର କର, ସୁଧାଶୁଂ ବେହେରାଙ୍କ ସମେତ ଅନେକ ଶିକ୍ଷକ ସଂଘର କର୍ମକତ୍ତା ମଧ୍ୟ ଯୋଗ ଦେଇଥିଲେ ।