ଶିକ୍ଷକ ସୌରଭ ସମ୍ମାନ ପ୍ରଦାନ ଉତ୍ସବ ଅନୁଷ୍ଠିତ

ବୁଗୁଡ଼ା, (ଅନିଲ କୁମାର ମହାରଣା) :ବୁଗୁଡା ବ୍ଲକର ଅବସର ପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଗଠିତ ଅବସରପ୍ରାପ୍ତ ପ୍ରାଥମିକ ଶିକ୍ଷକ ନ୍ୟାସ ପକ୍ଷରୁ ଶିକ୍ଷକ ସୌରଭ ସମ୍ମାନ ପଦାନ ଉତ୍ସବ ବୁଗୁଡା ଶ୍ରୀ ବିରଞ୍ଚିନାରାୟଣ କଲ୍ୟାଣ ମଣ୍ଡପରେ ଜୁଲାଇ ୨୪ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି । ସଙ୍ଗଠନର ସଭାପତି ବିଶ୍ୱ ମୋହନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ଶ୍ରମ ଓ ବୀମା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମହୋଦୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ବୁଗୁଡା ତହସିଲଦାର ସଂଗ୍ରାମ କେଶରୀ ଜେନା, ବୁଗୁଡା ବିଇଓ ପ୍ରଶନ କୁମାର ବେହେରା, ପ୍ରାକ୍ତନ ବିଇଓ ନୀଳମାଧବ ଷଡଙ୍ଗୀ, ବୁଗୁଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭାବେ କେ.ନୀଳମାଧବ ଆଚାରୀ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ବୁଗୁଡା ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, ବୁଗୁଡା ଏନଏସି ଉପାଧ୍ୟକ୍ଷା ଗୀତାଞ୍ଜଳି ପାଢ଼ୀ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ ପ୍ରମୁଖ ଯୋଗ ଦେଇଥିଲେ । ଅବସରପ୍ରାପ୍ତ ଶିକ୍ଷକ କୃଷ୍ଣ ଚନ୍ଦ୍ର ଆପଟ, ମଧୁସୂଦନ ପ୍ରଧାନ, ଅଭିମନ୍ୟୁ ବିଷୋୟୀ, ଗୋଦାବରୀଶ ଖାଡଙ୍ଗା, ଓ ରଜନୀକାନ୍ତ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ମନ୍ତ୍ରୀ ଶ୍ରୀ ସାହୁ ଉପଢୌକନ, ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରି ଶିକ୍ଷକ ସୌରଭ ସମ୍ମାନରେ ସମ୍ମାନିତ କରିଥିଲେ। ବୁଗୁଡା ବ୍ଲକର ବହୁ ଅବସରପ୍ରାପ୍ତ ଶିକ୍ଷକ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । କାର୍ଯ୍ୟକାରୀ ସଭାପତି ହରେକୃଷ୍ଣ ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଉପସଭାପତି ବିପିନ ବିହାରୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ