ଶିକ୍ଷାନୁଷ୍ଠାନରେ ପରୀକ୍ଷା ଓ ଖାତା ମୂଲ୍ୟାୟନ ଘୁଂଚାଇବାକୁ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନିର୍ଦ୍ଦେଶ

ନୂଆଦିଲ୍ଲୀ : ନୋଭେଲ କରେନା ଭୂତାଣୁ (କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ବିଶ୍ୱବିଦ୍ୟାଳୟ ମଞ୍ଜୁରି ଆୟୋଗ ପକ୍ଷରୁ ବିଭିନ୍ନ ସମୟରେ ମଞ୍ଜୁରିପ୍ରାପ୍ତ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି ।
ଏହାବ୍ୟତୀତ କୋଭିଡ-୧୯ର ମୁକାବିଲା ଲାଗି ଅଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ଲାଗି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ସଚିବ ଏକ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି । ନିମ୍ନୋକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ୟୁଜିସି ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ କୁହାଯାଇଛି:
1, ସମସ୍ତ ବିଶ୍ୱବିଦ୍ୟାଳୟ ପରୀକ୍ଷା ଘୁଂଚାଇ ୩୧ ମାର୍ଚ୍ଚ, ୨୦୨୦ ପରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

2, ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ୩୧ ମାର୍ଚ୍ଚ ପରେ କରିବାକୁ ପରାମର୍ଶ ଦିଆଯାଇଛି ।

3, ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହିତ ବୈଦ୍ୟୁତିକ ମାଧ୍ୟମ ଜରିଆରେ ଯୋଗାଯୋଗ ରଖିବା ସହିତ ସେମାନଙ୍କୁ ସମସ୍ତ ବିଷୟରେ ନିୟମିତ ସୂଚନା ଦେବେ । ସେମାନଙ୍କ ମନରେ କୌଣସି ଦ୍ୱନ୍ଦ୍ୱ ରହିବ ନାହିଁ ।

4, ଛାତ୍ରଛାତ୍ରୀଙ୍କ ସନ୍ଦେହର ସମାଧାନ ଲାଗି ହେଲ୍ପ ଲାଇନ ନମ୍ବର, ଇ-ମେଲ ବ୍ୟବସ୍ଥା କରିବାକୁ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ କୁହାଯାଇଛି ।

କୋଭିଡ-୧୯ ମୁକାବିଲା ଲାଗି ଭୟଭୀତ ନହୋଇ ଦୃଢ଼ତା ରଖିବା ଲାଗି ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକମାନଙ୍କୁ ପରାମର୍ଶ ଦେବା ଲାଗି ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକୁ ୟୁଜିସି ପକ୍ଷରୁ କୁହାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ