ଶିକ୍ଷାନୁଷ୍ଠାନ ଦ୍ୱୟରେ ପୋଷାକ ବଣ୍ଟନ ମେଳା ଅନୁଷ୍ଠିତ

ବୁଗୁଡା, (ଅନିଲ କୁମାର ମହାରଣା):ବୁଗୁଡା ବ୍ଲକ ଅନ୍ତର୍ଗତ ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ଡିସେମ୍ବର ୦୩ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ଉଭୟ ଶିକ୍ଷାନୁଷ୍ଠାନରେ ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ମେଳାକୁ ଉଦଘାଟନ କରିବା ସହ ସରକାରୀ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଶିକ୍ଷା ଗ୍ରହଣ କଲେ ସରକାରୀ ସ୍ତରରେ ମିଳୁଥିବା ବିଭିନ୍ନ ଯୋଜନା ବିଷୟରେ ପ୍ରକାଶ କରିଥିଲେ। ଏଥିସହ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ବିରଞ୍ଚିପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ୟୁ ମମତା ପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ସିଆରସିସ ସନ୍ତୋଷ କୁମାର ସାହୁ, ଏସଏମସି ସଭାପତି ସୁର୍ଯ୍ୟ ନାରାୟଣ ସାହୁ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଶିକ୍ଷକ ମନୋରଞ୍ଜନ ଦାଶ ସ୍ୱାଗତ ଭାଷଣ ଓ ସୀତାରମ ସେଠୀ ଧନ୍ୟବାଦ ପ୍ରଦାନ କରିଥିଲେ। ବିଦ୍ୟାଳୟରେ ୩୦୭ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ ହୋଇଥିଲା। ସେହିପରି ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ସେଠୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ମେଳାରେ ସିଆରସିସ ସନ୍ତୋଷ କୁମାର ସାହୁ ଓ ଏସଏମସି ସଭାନେତ୍ରୀ ସବିତା ନାୟକ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ