ଶିକ୍ଷାର୍ଥୀଙ୍କ ଚକ୍ଷୁ ପରୀକ୍ଷା ଶିବିର

ହିଞ୍ଜିଳିକାଟୁ, (ଶେଷଦେବ ସାହୁ): ହିଂଜିଳିକାଟୁ ପୌରାଂଚଳ ଲକ୍ଷ୍ମୀ ନୃସିଂହ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ଏକ ବ୍ଳକସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ବେଲଗାଁ ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡ଼ାକ୍ତର ଅନିଲ କୁମାର ରଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଶିବିରରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରସନ୍ନ କୁମାର ପାତ୍ର ଓ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ୱନାଥ ମହାରଣା, କେ. ନିମାଇଁଚାନ୍ଦ ମହାପାତ୍ର, ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ନେହଲତା ପଟ୍ଟନାୟକ, ଶିକ୍ଷୟତ୍ରୀ ଡ଼ି.ଗୌରୀ ପ୍ରମୁଖ ଯୋଗ ଦେଇଥିଲେ । ହିଂଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୫୦ ଶିକ୍ଷାର୍ଥୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା । ବିପିଏମ ଶଶାଙ୍କ ଶେଖର ପଣ୍ଡା ଓ ସ୍ୱାସ୍ଥ୍ୟ ପରିଦର୍ଶକ ମୃତ୍ୟୁଂଜୟ ପାଣିଗ୍ରାହୀଙ୍କ ସଂଯୋଜନାରେ ଆୟୋଜିତ ଶିବିରରେ ଚକ୍ଷୁ ବିଶେଷଜ୍ଞ ଡ଼ାକ୍ତର ସୁଶାନ୍ତ କୁମାର ବେହେରା ଯୋଗଦେଇ ଶିକ୍ଷାର୍ଥୀଙ୍କ ଚକ୍ଷୁ ପରୀକ୍ଷା କରିଥିଲେ । ଆୟୁଷ ଚିକିତ୍ସାଧିକାରୀ ଡ଼ାକ୍ତର ଦିପ୍ତିରଂଜନ ମହାପାତ୍ର, ଫାର୍ମାସିଷ୍ଟ ଗିରିଜା ଶଙ୍କର ରାଉତ, ଷ୍ଟାପନର୍ସ ସଙ୍ଘମିତ୍ରା ପ୍ରଧାନ, ଅପ୍ଟାମିକ ଏ.କେ. ମହାପାତ୍ର, ରମେଶ ଚନ୍ଦ୍ର ଦଳାଇ, ପୁରୁଷ ସ୍ୱାସ୍ଥ୍ୟକର୍ମୀ ନାରାୟଣ ନାହାକ, ହରିହର ଚୌଧୁରୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ