ଶିକ୍ଷୟତ୍ରୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା
ନିମାପଡ଼ା, (ସନ୍ତୋଷ ଦାଶ) :-ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ନଗର ପଂଚାୟତ ବାଲିଡିଆ ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷୟତ୍ରୀ ତୁଳସୀ ଦେଇ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ଆଜି ଏହି ଅବସର ରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଶିକ୍ଷାଧିକାରୀ ମମତା ମଞ୍ଜରୀ ଦେଇ ଯୋଗଦେଇ ଛାତ୍ର, ଛାତ୍ରୀଙ୍କୁ ଉତ୍ତମ ଚରିତ୍ର ଗଠନରେ ଶିକ୍ଷକ ଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତବ୍ୟକ୍ତ କରିବା ସହ ଶିକ୍ଷକ ହେଉଛନ୍ତି ମାନବରୁପି ଭଗବାନ ବୋଲି ମତବ୍ୟକ୍ତ କରିଥିଲେ । ମୁଖ୍ୟବକ୍ତା ଭାବେ ସି. ଆର. ସି ଦୀପକ ନାୟକ ଯୋଗଦେଇ ଶିକ୍ଷକ ଓ ଛାତ୍ର, ଛାତ୍ରୀ ମାନଙ୍କ ଭୂମିକା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଉପସ୍ଥିତଅତିଥି ମାନେ ଅବସରପ୍ରାପ୍ତ ଶିକ୍ଷୟତ୍ରୀ ତୁଳସୀ ଦେଇ ଙ୍କୁ ଉପଢ଼ୋକନ, ମାନପତ୍ର, ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ । କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ର ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ସହଯୋଗ କରିଥିଲେ ।


