ଶିବନାରାୟଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ବଞ୍ଚୋ ପଞ୍ଚାୟତ ଅଧିନସ୍ଥ ଶିବନାରାୟଣପୁରଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ଶ୍ରୀକାନ୍ତ ବିଶ୍ୱାଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ହାଟଡିହି ବ୍ଲକର ସହ ଶିକ୍ଷା ଅଧିକାରୀ ଧନେଶ୍ୱର ଖଣ୍ଡେଇ, ମୁଖ୍ୟ ବକ୍ତା ଭାବେ ପୁର୍ବତନ ବ୍ଲକ ଶିକ୍ଷା ଅଧିକାରୀ ଶରତ କୁମାର ରାଉତ, ସମ୍ମାନୀତ ଅତିଥି ଭାବେ ହାଟଡିହି ପଞ୍ଚାୟତ ସମିତିର ଉପାଧ୍ୟକ୍ଷ ରତିକାନ୍ତ ରାଉତ, ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ କୁମାର ରାଉତ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ପ୍ରଭାକର ଖଣ୍ଡା ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ମାନଙ୍କରେ ଛାତ୍ରଛାତ୍ରୀ ମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଉପରେ ଆଲୋକପାତ କରିଥିଲେ । ଛାତ୍ରଛାତ୍ରୀମାନେ ଶିକ୍ଷାଲାଭକୁ ଗୁରୁତ୍ୱ ଦେବା ସହିତ ଜଣେ ଜଣେ ସୁ ନାଗରିକ ହେବା ପାଇଁ ଚେଷ୍ଟା କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟର କିପରି ଉତ୍ତୋରତ୍ତର ଉନ୍ନତି ହେବ ସେନେଇ ସ୍କୁଲ ପରିଚାଳନା କମିଟି ଓ ଅଭିଭାବକ ମାନେ ଉଦ୍ୟମ କରିବା ଉଚିତ ବୋଲି ମତ ରଖିଥିଲେ । ଏହି ଅବସରରେ ଏନ.ଏମ.ଏମ.ଏସ.ରେ କୃତ୍ତିତ୍ୱ ହାସଲ କରିଥିବା ଛାତ୍ରୀ ଅସୀମା ମହାନ୍ତିଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ପଞ୍ଚାୟତ ପକ୍ଷରୁ ସରପଞ୍ଚ ମଧ୍ୟ ଏକ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ । ସେହିପରି ବାର୍ଷିକ ଉତ୍ସବ ପାଇଁ ସରପଞ୍ଚ ପ୍ରଶାନ୍ତ ରାଉତ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଭାକର ଖଣ୍ଡା ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ପ୍ରଫୁଲ ମଣ୍ଡଳ ବାର୍ଷିକ ବିବରଣୀ ପାଠ କରିଥିବାବେଳେ ଶିକ୍ଷୟତ୍ରୀ ବନଲତା ପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ । ସହକାରୀ ଶିକ୍ଷୟତ୍ରୀ ଦେବଜାନୀ ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ । ସୌମ୍ୟ ସୁଚରୀତା ସ୍ୱାଇଁ, ଶୈବଳିନୀ ବିଶ୍ୱାଳ, ପଦ୍ମାବତୀ ସାହୁ,ତନ୍ମୟ ପଟ୍ଟନାୟକ, ଅଶୋକ କୁମାର ସେଠୀ, ଏସଏମସି ସଦସ୍ୟ ମଦନ ଗିରି, ହୃଷିକେଶ ପରିଡା, ରମାକାନ୍ତ ସାହୁ, ହରେକୃଷ୍ଣ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

 

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ