ଶିଶୁ ମହୋତ୍ସବ-ସୁରଭି ଅନୁଷ୍ଠିତ

କେନ୍ଦ୍ରାପଡା – କେନ୍ଦ୍ରାପଡା ପୌରାଚଂଳ ଅନ୍ତର୍ଗତ କାକଟ ମଙ୍ଗଳା ଉଚ୍ଚ ପ୍ରାଥମିକବିଦ୍ୟାଳୟ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ଜଇପୁରା ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସିଆରସିସି ବଳଦେବ ପ୍ରସାଦ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ହେମନ୍ତ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶିଶୁ ମାନଙ୍କ ଭିତରେ ଥିବା ଅନ୍ତର୍ନିହିତ ପ୍ରତିଭାର ପରିପ୍ରକାଶ ହେଉଛି ଏହି ସୁରଭି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି ମତବ୍ୟକ୍ତ କରିଥିଲେ । ସହକାରୀ ଶିକ୍ଷା ମଣ୍ଡଳ ଅଧିକାରୀ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ସୁରଭିର ଉପାଦେୟତା ଉପରେ ଆଲୋକପାତ କରିଥିଲେ । ପୌର ପାଳିକା ଅଧିନସ୍ଥ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ୧୫୦ ରୁ ଉଦ୍ଧ୍ୱର୍ ପ୍ରତିଯୋଗୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା, ସଂଗୀତ, ପ୍ରବନ୍ଧ ଲିଖନ, ସାଧାରଣ ଜ୍ଞାନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗୀତା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ