ଶିଶୁ ମହୋତ୍ସବ ସୁରଭି ଆଣୁଛି ପ୍ରତିଭାର ମହକ

ବନ୍ତ, (ଚାନ୍ଦିନୀ ମହାନ୍ତି):ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ଓଡିଶା ମିଲେଟ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ସରପଞ୍ଚ ତଥା ଶିକ୍ଷା ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ସଂଗ୍ରାମ କେଶରୀ ଜେନା ଅତିଥି ଭାବେ ଯୋଗ ଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ରୀତାରାଣୀ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ସଞ୍ଜୟ ସାମଲ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଜଗତଜୀବନ ଜେନା ଯୋଗ ବକ୍ତବ୍ୟ ପ୍ରଦାନ କରିଥିଲେ । ମହତାବ ମଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମାକାନ୍ତ ଜେନା ମଞ୍ଚ ସଂଯୋଜନା କରିଥିବା ବେଳେ ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁକାନ୍ତ କୁମାର ବେହେରା କାର୍ଯ୍ୟକ୍ରମର ଆଭିମୁଖ୍ୟ ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟର ୧୪୧ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ବ୍ଲକ ସ୍ତରକୁ ଉତ୍ତିର୍ଣ୍ଣ ହୋଇଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ