ଶୀତଦିନେ ଓଜନ ନିୟନ୍ତ୍ରଣ ରଖିବାର ଉପାୟ

ଶୀତ ଦିନ ଆରମ୍ଭ ହେବା ମାତ୍ରେ ଓଜନ ଆପେ ଆପେ ବଢ଼ିବାରେ ଲାଗିଥାଏ । ଅଧିକାଂଶ ଲୋକ ଏହା ସେମାନେ ଖାଉଥିବା ଖାଦ୍ୟ ପାଇଁ ହେଉଥିବା ଭାବିଥାନ୍ତି । ଯାହା ଠିକ୍ ମଧ୍ୟ । କିନ୍ତୁ ବାସ୍ତବରେ ଏମିତି ଅନେକ କାରଣ ରହିଛି ଯାହା ଶୀତ ଦିନେ ଓଜନ ବଢ଼ାଇଥାଏ । ଆଜି ଆମେ ଆପଣଙ୍କୁ ଜଣାଇବୁ ଓଜନ ବଢ଼ିବାର କାରଣ ଏବଂ ଏହାକୁ ରୋକିବାର ଉପାୟ ।
ଓଜନ ବଢ଼ିବାର କାରଣ
୧.ଶୀତ ଦିନେ ଅଧିକ ଥଣ୍ଡା ହେଉଥିବାରୁ ଲୋକମାନେ ବାହାରକୁ ବାହାରନ୍ତିନାହିଁ । ସକାଳ ସମୟରେ ସେମାନେ କରୁଥିବା ବ୍ୟାୟାମ ବନ୍ଦ ହୋଇ ଯାଉଥିବାରୁ ଓଜନ ଧୀରେ ଧୀରେ ବଢ଼ିବାକୁ ଲାଗିଥାଏ ।
୨.ଶୀତ ଦିନେ ଦିନ ଛୋଟ ଏବଂ ରାତି ବଡ଼ ହୋଇଥାଏ । ଯାହା ଦ୍ୱାରା ଲୋକମାନେ ଅଧିକ ସମୟ ପର୍ଯ୍ୟନ୍ତ ଶୋଇଥାନ୍ତି । ଯାହା ପାଇଁ ଓଜନ ବଢ଼ିଥାଏ ।
୩.ଖରା ଦିନ ଅପେକ୍ଷା ଶୀତ ଦିନେ ଲୋକମାନେ ଅଧିକ ମିଠା ଖାଇବାକୁ ପସନ୍ଦ କରିଥାନ୍ତି । ଯାହା ଦ୍ୱାରା ଓଜନ ବୃଦ୍ଧି ହେବା ଭଳି ସମସ୍ୟା ଦେଖାଯାଇଥାଏ ।
ଓଜନକୁ ନିୟନ୍ତ୍ରଣ କରିବାର ଉପାୟ
୧.ଶୀତ ଦିନେ ଅଧିକ ପ୍ରୋଟିନ୍‌ଯୁକ୍ତ ଖାଦ୍ୟ ଖାଆନ୍ତୁ ।
୨.ଓଜନକୁ ନିୟନ୍ତ୍ରଣ କରି ରଖିବା ପାଇଁ ଆପଣମାନେ କାର୍ଡ଼ିଓ ଏକ୍ସରସାଇଜ୍ କରିପାରିବେ ।
୩.ଓଜନ ନିୟନ୍ତ୍ରଣ କରି ରଖିବା ପାଇଁ ଫଳ ଏବଂ ସବୁଜ ପନିପରିବା ଖାଇବା ଆରମ୍ଭ କରନ୍ତୁ ।
୪.ଖାଇବା ସହ ଅଧିକରୁ ଅଧିକ ପାଣି ପିଅନ୍ତୁ । ଏହା ଦ୍ୱାରା ଶରୀରରେ ଜଳୀୟ ଅଂଶ ଠିକ୍ ରହିବା ସହ ଓଜନ ମଧ୍ୟ ନିୟନ୍ତ୍ରଣ ହୋଇ ରହିବ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ