ଶୁକଦେବ ବ୍ରହ୍ମଚାରୀ ଉପ୍ରା ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗାଙ୍ଗପଡା ଗ୍ରାମପଞ୍ଚାୟତର ଦୋବନ୍ଧାସ୍ଥିତ ଶୁକଦେବ ବ୍ରହ୍ମଚାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ନାରାୟଣ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ ପାବନୀ କୁମାର ରାଉତ, ସହମଣ୍ଡଳ ଶିକ୍ଷା ଅଧିକାରୀ ପ୍ରଫୁଲ୍ଲ କୁମାର ସ୍ୱାଇଁ, ଗାଙ୍ଗପଡା ସରପଞ୍ଚ ଅଶ୍ୱିନୀ କୁମାର ପାତ୍ର, ଇଟିପୁର କ୍ଲଷ୍ଟର ସି.ଆର.ସି.ସି. କିଶୋର ଚନ୍ଦ୍ର ଜେନା ପ୍ରମୁଖ ଅତିଥି ଭାବେ ଯୋଗଦେଇ ବୁ ଉପାଦେୟ ପରାମର୍ଶ ପ୍ରଦାନ କରିବା ସହ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଧନେଶ୍ୱର ପାତ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷକ ବିଜୟ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ/ସଦସ୍ୟା, ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ