ଶ୍ରମ ମନ୍ତ୍ରୀଙ୍କ ଦ୍ଵାରା ଦୁଇ ସ୍ଥାନରେ ଭିତ୍ତିପ୍ରସ୍ତର ସ୍ଥାପନ
ପୋଲସରା, (ଅନିଲ କୁମାର ମହାରଣା):ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଲକ ଅନ୍ତର୍ଗତ ଦୁଇସ୍ଥାନରେ ଜାନୁଆରୀ ୧୪ ତାରିଖ ଦିନ ଓଡିଶା ସରକାରଙ୍କ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ଜଣାପଡିଛି। ପୋଲସରା ବ୍ଳକ ଅନ୍ତର୍ଗତ ମର୍ଦ୍ଦରାଜପୁର ଗ୍ରାମରେ ଗୋପାଳ ସମାଜ ଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ ମାଳତେନ୍ତୁଳିଆ ଗ୍ରାମରେ ହନୁମାନ ମୂର୍ତ୍ତି ସ୍ଥାପନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଉଭୟ ଗ୍ରାମରେ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦେଇ ପାଛୋଟି ନେଇଥିଲେ। ଏହି ଅବସରରେ ଶ୍ରମ ମନ୍ତ୍ରୀ ଶ୍ରୀ ସାହୁ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣ ଙ୍କ ସହ ଆଲୋଚନା କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜନହିତକର ପଦକ୍ଷେପ ବିଷୟରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀଙ୍କ ସହ ପୋଲସରା ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ପୋଲସରା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡା, ଜିଲ୍ଲା ପରିଷଦ ସଦସ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକ, ସରପଞ୍ଚ ପିତାମ୍ବର ବେହେରା, ସମିତି ସଭ୍ୟା ଝୁନୁ ବେହେରା, ପୂର୍ବତନ ସରପଞ୍ଚ ସୁକାନ୍ତ ଭୂୟାଁ, କୃଷ୍ଣ ଚନ୍ଦ୍ର ଜେନା, କବିରାଜ ଜେନାଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ।


