ଶ୍ରମ ମନ୍ତ୍ରୀଙ୍କ ଦ୍ୱାରା ବୁଗୁଡାରେ ୧୨୦୮ ଜଣଙ୍କୁ ପଟ୍ଟା ବଣ୍ଟନ

ବୁଗୁଡ଼ା, (ଅନିଲ କୁମାର ମହାରଣା) : ଓଡିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଆନୁକୂଲ୍ୟରେ ବୁଗୁଡ଼ା ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପ ପରିସରରେ ଏପ୍ରିଲ। ୨୬ ତାରିଖ ଦିନ ବୁଗୁଡ଼ା ତହସିଲ କାର୍ଯ୍ୟାଳୟ ପକ୍ଷରୁ ଗ୍ରାମକଣ୍ଠ ପରମ୍ୱୋକ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡିଶା ସରକାରଙ୍କ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇ ୧୨୦୮ (ବାରଶହ ଆଠ) ଜଣ ହିତାିକାରୀଙ୍କୁ ପଟ୍ଟା ବଣ୍ଟନ କରିଥିଲେ । ଭଞ୍ଜନଗର ଉପ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ବୁଗୁଡ଼ା ତହସିଲଦାର ସଂଗ୍ରାମ କେଶରୀ ଜେନା, ବୁଗୁଡା ବନାଞ୍ଚଳ ଅଧିକାରୀ ପ୍ରଦୀପ କୁମାର ମିଶ୍ର, ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ, ବୁଗୁଡା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ ଓ ଜନ ପ୍ରତିନିଧି ଉପସ୍ଥିତ ଥିଲେ। ତହସିଲ କର୍ମଚାରୀ ବୃନ୍ଦ ପଟ୍ଟା ବଣ୍ଟନ କାର୍ଯ୍ୟରେ ସହଯୋଗ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ