ଶ୍ରମ ମନ୍ତ୍ରୀ ଦୁଇ ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ
ପୋଲସରା/ବୁଗୁଡା, (ଅନିଲ କୁମାର ମହାରଣା):ପୋଲସରା ନିର୍ବାଚନ ମଣ୍ଡଳୀ ବିଧାୟକ ତଥା ମାନ୍ୟବାର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଏପ୍ରିଲ ୮ ତାରିଖ ଦିନ ଦୁର୍ଘଟଣା ଓ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଦୁଇ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ବ୍ୟକ୍ତିଗତ ଭାବେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରା ଏନ୍.ଏ.ସି ୱାର୍ଡ଼ ନଂ-୧ ରାଣୀପଡ଼ା ର ପ୍ରଦୀପ କୁମାର ସାହୁ ବ୍ରହ୍ମପୁର ରେଳଷ୍ଟେସନରେ ଟ୍ରେନରୁ ଖସିପଡି ମୃତ୍ୟୁ ବରଣ କରିଥିଲେ। ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନ କୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ ପଙ୍କଳସାହି ଗ୍ରାମର ପ୍ରଦୀପ ଜେନା (୩୫) ଆକସ୍ମିକ ମୃତ୍ୟୁ ବରଣ କରିଥିଲେ। ଏହା ଜାଣିବାପରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୋଲସରାରେ ମନ୍ତ୍ରୀଙ୍କ ସହ ଏନଏସି ଅଧ୍ୟକ୍ଷା ସଙ୍ଗୀତା ବେହେରା, ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରାଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ। ସେହିପରି ପଙ୍କଳସାହିରେ ସାଂସଦ ପ୍ରତିନିଧି କବିରାଜ ଗୌଡ଼ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


