ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲରେ ମାଗଣା ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡ଼ା,(ଯୁଗାବ୍ଦ ନ୍ୟୁଜ୍‌): ଜିଲ୍ଲାପାଳଙ୍କ ନିର୍ଦେଶକ୍ରମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ଏକ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ସହରର ମେହେବୁଦାବାଦସ୍ଥିତ ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲ ପରିସରରେ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭେଷଜ ବିଭାଗର ବିଶେଷଜ୍ଞ ଡା.ସଞ୍ଜୟ କୁମାର ପଟ୍ଟନାୟକ ଓ ଶିଶୁରୋଗ ବିଶେଷଜ୍ଞ ଡା.ପ୍ରଶାନ୍ତ କୁମାର ଜେନା ପ୍ରମୁଖ ଯୋଗଦେଇ ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀଙ୍କ ସମେତ ସ୍ଥାନୀୟ ମସଜିଦ, ମଦ୍ରାସା ଓ ଜନସାଧାରଣ ଏଭଳି ୧୬୮ଜଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରି ସେମାନଙ୍କୁ ମାଗଣା ଔଷଧ ବଂଟନ କରିଥିଲେ । ଏ.ପି.ଏମ. ସଂଗୀତା ରାଉତରାୟଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଷ୍ଟାଫ ମୀନତି ନାୟକ, ମୀନାକ୍ଷୀ ରାଉତରାୟ, କମଳା କାଣ୍ଡି, ଚାରୁଲତା ମହାରଣା ପ୍ରମୁଖ ସହାୟତା କରିଥିଲେ । ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲର ଅଧ୍ୟକ୍ଷ ଏନାମୁଲ ହକ ଓ ଅନ୍ୟ ଶିକ୍ଷକ,ଶିକ୍ଷୟତ୍ରୀମାନେ ଶିବିର ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ । ସ୍କୁଲ ଓ ଅଚଂଳବାସୀଙ୍କ ପକ୍ଷରୁ ଏଥିନିମନ୍ତେ ଜିଲ୍ଲାପାଳଙ୍କୁ କୃତଜ୍ଞତା ପ୍ରଦାନ କରାଯାଇଛି ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ