ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲରେ ବିଜ୍ଞାନ ପ୍ରଦର୍ଶନୀ
କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସହରର ମେହେମୁଦାବାଦ ସ୍ଥିତ ଷ୍ଟାଣ୍ଡାର୍ଡ ପବ୍ଲିକ ସ୍କୁଲରେ ବିଜ୍ଞାନ ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ସ୍କୁଲ ଅଧ୍ୟକ୍ଷ ସେକ ଇନାମୁଲ ହକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡା. ସୟଦ ଆଉରଙ୍ଗଜେବ ଅଲ୍ଲୀ ଯୋଗଦେଇ ବିଜ୍ଞାନ ପ୍ରଦର୍ଶନୀକୁ ଉଦଘାଟନ କରିଥିଲେ । ଏଥିସହିତ ଦେଶ ଓ ରାଜ୍ୟର ବିକାଶରେ ବିଜ୍ଞାନର ସଫଳ ଉପଯୋଗ କରି କିଭଳି ସାଧାରଣ ଜନତାଙ୍କ ସ୍ୱାର୍ଥରେ ତାହା ବିନିଯୋଗ ହୋଇପାରିବ ସେ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ । ଏହି ପ୍ରଦର୍ଶନୀରେ ୬୦ଟି ବିଭିନ୍ନ ବିଜ୍ଞାନ ପ୍ରକଳ୍ପ ସ୍ଥାନ ପାଇଥିଲା । ଏହି ଉପଲକ୍ଷେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ସନ୍ତୋଷ କୁମାର ବରାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ । ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀମାନେ ବିଜ୍ଞାନ ପ୍ରଦର୍ଶନୀ ଆୟୋଜନରେ ସହଯୋଗ କରିଥିଲେ