ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସହ ଗ୍ରାମ୍ୟ ମୁଖୀ ପ୍ରଶାସନ ଅନୁଷ୍ଠିତ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଳକ ଅନ୍ତର୍ଗତ ତବାରସିଂ ଗ୍ରାମ ପଞ୍ଚାୟତରେ ଥିବାରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ଗ୍ରାମ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇ ଯାଇଛି।ଏହି ଅଭିଯୋଗ ଶୁଣାଣୀ ରେ ସର୍ଵ ମୋଟ ୭୯ ଟି ଅଭିଯୋଗ ଆସିଥିବା ବେଳେ ୫ ଗୋଟି ଅଭିଯୋଗ ଜିଲ୍ଲା ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇ ସମାଧାନ କରାଯାଇଛି।ଅନ୍ୟ ୭୪ ଗୋଟି ଅଭିଯୋଗ ତୁରନ୍ତ ସମାଧାନ ସକାଶେ ଗଜପତି ଜିଲ୍ଲା ପାଳ ଲିଙ୍ଗରାଜ ପଣ୍ଡା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ସମାଧାନ ସକାଶେ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅଭିଯୋଗ ଶୁଣାଣୀରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା, ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରୋମାଞ୍ଚଳ ଖମାରି, ଆଦିବାସୀ ଉନ୍ନୟନ ପ୍ରକଳ୍ପ ପ୍ରଶାସକ ଫାଲଗୁନ ମାଝୀଙ୍କ ସମେତ ଜନ ପ୍ରତିନିଧି, ବ୍ଳକ ସ୍ତରୀୟ ଅଧିକାରୀ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଜନ ସାଧାରଣ ଉପସ୍ଥିତ ଥିଲେ।


