ସଡ଼କ ସୁରକ୍ଷା ଓ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ
ପୋଲସରା, (ଯୁଗାବ୍ଦ ନ୍ୟୁଜ) ପୋଲସରା ଥାନା ତରଫରୁ ସଡ଼କ ସୁରକ୍ଷା ଓ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଟ୍ରାଫିକ ନିୟମ ମାନି ଚଳିବା ସହ ଜନସାଧାରଣଙ୍କୁ ସଡକ ସୁରକ୍ଷା ସମ୍ପର୍କରେ ସଚେତନ ସଚେତନ କରାଇବା ପାଇଁ ପରାମର୍ଶ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପୁରୁଷୋତ୍ତମପୁର ଏସ.ଡି.ପି.ଓ , ପୋଲସରା ଏସ.ଡି.ପି.ଓ, ତହସିଲଦାର , କାର୍ୟ୍ୟନିର୍ବାହୀ ଅଧିକାରୀ, ଥାନା ଅଧିକାରୀ, ବିଜ୍ଞାନ ମହାବିଦ୍ୟାଳୟ ର ଅଧ୍ୟାପକ, ଅଧ୍ୟାପିକା, ଏବଂ ଛାତ୍ର, ଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।