ସଫେଇ କର୍ମଚାରୀଙ୍କ ତାଲିମ ଶିବିର
ବୁଗୁଡା , (ଯୁଗାବ୍ଦ ନ୍ୟୁଜ) : ଗଞ୍ଜାମ ଜିଲ୍ଲା ବୁଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ସଫେଇ କର୍ମଚାରୀଙ୍କ ଏକ ତାଲିମ ଶିବର ସୋମବାର ଦିନ ଅନୁଷ୍ଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ପୋଲସରା ବିଧାୟକ ତଥା ଗଂଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିଲେ।ଏଥିରେ ଜିଲ୍ଲା ସଂଯୋଜକ ସଫେଇ କର୍ମଚାରୀମାନଙ୍କୁ ବିଭିନ୍ନ ବିଷୟରେ ତାଲିମ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଉପ ନଗରପାଳ ଚିତ୍ରସେନ ପ୍ରଧାନ,ନିର୍ବାହୀ ଅଧିକାରୀ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।