ସବୁ ଜିଲ୍ଲାରେ ଖୋଲିବ ସାଇବର ଥାନା ପୂରଣ ହେବ ନୂଆ ୨୦୦୦ ଟ୍ରାଫିକ୍‌ ପୁଲିସ ପଦ

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଲୋକସେବା ଭବନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିବା ସହ ଅଧିକାରୀଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଛି।ରାଜ୍ୟ ଏବଂ ରାଜ୍ୟବାସୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେବା ସହିତ ଅପରାଧ ନିୟନ୍ତ୍ରଣ, ସଡ଼କ ଦୁର୍ଘଟଣା ହ୍ରାସ, ନ୍ୟାୟ ପ୍ରଦାନକୁ ବିଶେଷ ଗୁରୁତ୍ୱ ଦେବାପାଇଁ ଅଧିକାରୀଙ୍କୁ ପରାମର୍ଶ ଦେଇଛି।ରାଜ୍ୟର ଆଇନ ଶୃଙ୍ଖଳାକୁ ଆହୁରି ସୁଦୃଢ଼ କରିବା ଲୋକଙ୍କ ସରକାରର ପ୍ରାଥମିକତା। ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ୨୦ଟି ସାଇବର ଥାନା ଖୋଲିବା ସହ ସଡ଼କ ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୦୦ ଟ୍ରାଫିକ ପୋଲିସ ପଦବୀ ସୃଷ୍ଟି ପାଇଁ ନିର୍ଦ୍ଦେଶ ଦେଇଛି।ଏଥି ସହିତ ଲୋକଙ୍କ ଧନଜୀବନ ସୁରକ୍ଷା ପାଇଁ ରାତ୍ର କାଳୀନ ପେଟ୍ରୋଲିଂକୁ ଆହୁରି କଡାକଡି କରିବା ଏବଂ ବିଶେଷ କରି ମାଓ ପ୍ରବଣ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଧ୍ୟାନ ଦେବା ପାଇଁ ମହାନିର୍ଦ୍ଦେଶକଙ୍କୁ ପରାମର୍ଶ ଦେଇଛି।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ