ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (ଅନିଲ କୁମାର):ବ୍ରହ୍ମପୁର ସ୍ଥିତ ବିଜୁ ପଟ୍ଟନାୟକ ହୋମିଓ ପାଥି ଭେଷଜ ମହାବିଦ୍ୟାଳୟରେ ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରତିଯୋଗିତା ଗୁରୁବାର  ଅନୁଷ୍ଠିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ . ପ୍ରଦୀପ୍ତ କୁମାର ବେବର୍ତ୍ତା ସଭାପତିତ୍ବ କରିଥିବା  ନୋଡାଲ ଅଫିସର ମହାବାହୁ ନାୟକ,ରାଜ କୁମାର ବଡୁ ଙ୍କ ସମେତ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ। ଗତ ୧୫ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ  ଛାତ୍ରୀ ଛାତ୍ର ଙ୍କ ଅନ୍ତର୍ନିହିତ ପ୍ରତିଭାକୁ ବିକଶିତ କରିବ ବୋଲି  ଅତିଥି ମାନେ ମତବ୍ୟକ୍ତ କରିଥିଲେ।ଏଥିରେ ଖେଳ, ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ସାମାଜିକ କ୍ଷେତ୍ରରେ ବିକାଶ ନିମନ୍ତେ କାର୍ଯ୍ୟ କରାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ