ସମାଜସେବୀ ଅକ୍ଷୟ ତରାଇ ମା’ଙ୍କ ପରଲୋକ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ସମାଜସେବୀ ଅକ୍ଷୟ ତରାଇଙ୍କ ମାତା ସୁଲୋଚନା ତରାଇଙ୍କର ୭୦ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ ରୋଗରେ କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପରଲୋକ ହୋଇଯାଇଛି । ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ଜ୍ୟେଷ୍ଠପୁତ୍ର ପ୍ରମୋଦ, କନିଷ୍ଠପୁତ୍ର ସମାଜସେବୀ ଅକ୍ଷୟ, ବୋହୁ, ନାତି,ନାତୁଣୀ ପ୍ରମୁଖ ଉପସ୍ଥିତ ଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ସ୍ନେହୀ, ମେଳାପି ଓ ଧର୍ମପରାୟଣା ମହିଳା ଭାବେ ପରିଚିତ ଥିଲେ । ଗ୍ରାମ୍ୟ ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ଜ୍ୟେଷ୍ଠପୁତ୍ର ପ୍ରମୋଦ ମୁଖାଗ୍ନି ଦେଇଥିଲେ ।

Spread the love

Leave a Reply

Your email address will not be published. Required fields are marked *

Advertisement

ଏବେ ଏବେ